ଅଙ୍ଗନବାଡି କେନ୍ଦ୍ରରେ ମିଶିବ ୨,୮୩୬ ମିନି ଅଙ୍ଗନବାଡି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟର ୨,୮୩୬ ଛୋଟ ଅଙ୍ଗନବାଡି କୁ ଉନ୍ନୀତ କରାଯାଇ ଅଙ୍ଗନବାଡି କେନ୍ଦ୍ରରେ ପରିଣତ କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ସୂଚନାଯୋଗ୍ୟ ଯେ ରାଜ୍ୟରେ ଶିଶୁ ଓ ମହିଳା ମାନଙ୍କ ସ୍ବାସ୍ଥ୍ୟ ଓ ସଚେତନତା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ ଯେ ରାଜ୍ୟରେ ବର୍ତ୍ତମାନ ୭୪,୧୫୪ ଅଙ୍ଗନବାଡି କେନ୍ଦ୍ର ମଧ୍ୟରୁ ୧୦,୪୧୬ ମିନି ଅଙ୍ଗନବାଡି ଥିଲା, ସେଥିମଧ୍ୟରୁ ୨,୮୩୬ ମିନି ଅଙ୍ଗନବାଡି ଏବେ ଉନ୍ନୀତ କରାଯାଇ ସେଗୁଡିକୁ ଅଙ୍ଗନୱାଡି କେନ୍ଦ୍ରରେ ମିଶାଯିବାର ଯୋଜନା ରହିଛି ।
ଏହି ଅଙ୍ଗନବାଡି କେନ୍ଦ୍ର ଗୁଡିକର ବିଭିନ୍ନ କାର୍ଯ୍ୟ ପରିଚାଳନା ପାଇଁ ଅଧିକ ପାଣ୍ଠିର ବ୍ୟବସ୍ଥା ମଧ୍ୟ କରାଯିବ । ଏଥିପାଇଁ ସାରା ରାଜ୍ୟରେ ୧୧୪ଟି ସୁପର ଭାଇଜର ପଦବୀ ସୃଷ୍ଟି କରାଯାଇଛି । ଏହି ଅପଗ୍ରେଡେସନ ସହିତ ପ୍ରତ୍ୟେକ ଅଙ୍ଗନବାଡି କେନ୍ଦ୍ରରେ ଅଙ୍ଗନବାଡି କର୍ମୀଙ୍କୁ ସହାୟତା କରିବା ପାଇଁ ଜଣେ ଜଣେ ଅଙ୍ଗନବାଡି ସହାୟକ ନିଯୁକ୍ତ କରାଯିବ।୨୮୩୬ ଅଙ୍ଗନବାଡି ସହାୟକ ଓ ୨୮୩୬ ମିନି ଅଙ୍ଗନବାଡି କର୍ମୀ ପଦବୀକୁ ଉନ୍ନୀତୀକରଣ କରାଯାଇ ଅଙ୍ଗନବାଡି କର୍ମୀ ପଦବୀ ସୃଷ୍ଟି କରାଯିବ।