୩ୟ ପର୍ଯ୍ୟାୟରେ ପୁଣି ୪୪୯ ସ୍କୁଲ ହେବ ରୂପାନ୍ତରିତ

ଭୁବନେଶ୍ବର: ରାଜ୍ୟର ଶିକ୍ଷାବ୍ୟବସ୍ଥାକୁ ଗୁଣାତ୍ମକ ତଥା ସ୍କୁଲଗୁଡ଼ିକୁ ସ୍ମାର୍ଟ ଓ ସୁନ୍ଦର କରିବା ପାଇଁ ମୁଖ୍ୟମନ୍ତ୍ରୀ ନେଇଛନ୍ତି ଦୃଢ଼ ଶପଥ। ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ହେଉଛି ପରିବର୍ତ୍ତନ। ‘୫-ଟି’ ହାଇସ୍କୁଲ ରୂପାନ୍ତରଣ ଯୋଜନାରେ ବଦଳୁଛି ବିଦ୍ୟାଳୟର ନକ୍ସା । ଜାରି ରହିଛି ତୃତୀୟ ପଯ୍ୟାୟରେ ୫ -ଟି ସ୍କୁଲ ରୂପାନ୍ତରଣର ଲୋକାର୍ପଣ । ଆଜି ୫ ଜିଲ୍ଲାର ୪୪୯ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ବାଲେଶ୍ବରର ୨୩୩, ନୟାଗଡ଼ର ୬୪, ନୂଆପଡ଼ାର ୫୮, ରାୟଗଡ଼ାର ୪୬ ସୁନ୍ଦରଗଡ଼ ଜିଲ୍ଲାରେ ନୂଆରୂପ ପାଇଥିବା ୪୯ଟି ହାଇସ୍କୁଲର ଲୋକାର୍ପଣ କରାଯିବା ।
୫–ଟି ଉପକ୍ରମରେ ଏହି ସ୍କୁଲ ଗୁଡ଼ିକୁ ରୂପାନ୍ତରିତ କରିଛନ୍ତି ରାଜ୍ୟ ସରକାର । କେବଳ ସ୍ବଚ୍ଛଳ ବର୍ଗର ଛାତ୍ରଛାତ୍ରୀମାନେ ଉନ୍ନତ ଶିକ୍ଷା ବ୍ୟବସ୍ଥାର ସୁବିଧା ପାଇପାରିବେ । ଏ ଧାରଣାକୁ ଦୂର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫାଇଭ-ଟି ସ୍କୁଲ ମାଧ୍ୟମରେ ପିଲାଙ୍କ ପାଇଁ ତିଆରି ହୋଇଛି ବିରାଟ ସୁଯୋଗ । ସେହିପରି ପୂର୍ବରୁ ତୃତୀୟ ପର୍ଯ୍ୟାୟରେ ୬୫୮ ସ୍କୁଲକୁ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ।