ରାଜ୍ୟର କାଳବୈଶାଖି ସମ୍ଭାବନା ନେଇ ୭ ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର ; ରାଜ୍ୟରେ କା‌ଳବୈଶାଖୀ ବର୍ଷାର ପ୍ରଭାବ ଜାରି ରହିଛି ।  ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ପବନ ସହ କୁଆପଥର ବୃଷ୍ଟି ହେଉଛି। ରାଜଧାନୀ ଭୁବନେଶ୍ବରରେ ମଧ୍ୟ ସକାଳୁ ଆକାଶ ମେଘାଛନ୍ନ ରହିଛି ।   ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ରହିଛି। ଏ ନେଇ ୭ ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ ଜାରିକରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।  କେନ୍ଦ୍ରାପଡ଼ା, ବୌଦ୍ଧ, ଅନୁଗୁଳ, ଦେବଗଡ଼, କଳାହାଣ୍ଡି, ରାୟଗଡ଼ା ଓ କନ୍ଧମାଳକୁ ଆଗୁଆ ସତର୍କତା କରାଯଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ସେହିପରି, ରାଜ୍ୟରେ ଆଗାମୀ ୩ ଦିନ ଯାଏଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନ ଥିବାବେଳେ ପରବର୍ତ୍ତୀ ସମୟରେ ୩ ରୁ ୫ ଡ଼ିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି। ଗତ ୨ -୩ ଦିନ ଧରି ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକ ତୁଳନାରେ ୫ ରୁ ୮ ଡ଼ିଗ୍ରୀ ଯାଏଁ କମ ଅନୁଭୂତ ହେଉଛି।

Leave a Reply

Your email address will not be published. Required fields are marked *