ଶଙ୍ଖ ଭବନ ଓଡିଶାର ଅତୀତ ସହ ଏହା ଭବିଷ୍ୟତକୁ ଯୋଡିବ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଜୁ ଜନତା ଦଳର କାର୍ଯ୍ୟାଳୟ ‘ଶଙ୍ଖ ଭବନ’ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଜେଡିର ନୂଆ ରାଜ୍ୟ କାର୍ଯ୍ୟାଳୟକୁ ଦଳୀୟ ନେତା ଓ କର୍ମୀଙ୍କ ଉପସ୍ଥିତିରେ ଉଦଘାଟନ କରିଛନ୍ତି। ପ୍ରତ୍ୟେକ ଜିଲ୍ଲାରୁ ଦଳର ନେତା ଏହି କାର୍ୟ୍ୟକ୍ରମରେ ସାମିଲ ହୋଇଛନ୍ତି । ବିଜେଡି ଗଠନ ପରଠାରୁ କ୍ୟାପିଟାଲ ହସ୍ପିଟାଲ ପାଖରେ ଦଳର ପୁରୁଣା କାର୍ଯ୍ୟାଳୟ ରହି ଆସିଥିଲା । କିନ୍ତୁ ଦୀର୍ଘ ବର୍ଷ ପରେ ଦଳର ନୂଆ କାର୍ଯ୍ୟାଳୟକୁ ଉଦଘାଟନ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ଏହି ନୂଆ କାର୍ଯ୍ୟାଳୟର ୨୦ ମାସ ମଧ୍ୟରେ ଏହାର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି ।

ଏହି ଅବସରରେ ଶଙ୍ଖ ଭବନରୁ ଓଡିଶା ବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ,ଓଡ଼ିଶାକୁ ଭଲ ପାଉଥିବା ଓଡିଶାର ବିକାଶ ପାଇଁ ,ଓଡ଼ିଆ ସ୍ୱାଭିମାନ ର ସୁରକ୍ଷା ପାଇଁ ତଥା ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ କାମ କରିବାକୁ ଆଗ୍ରହୀ ସମସ୍ତଙ୍କର ମିଳନ ସ୍ଥଳୀ ହେବ ଶଙ୍ଖ ଭବନ। ଏହା ହେବ ସାଢେ ଚାରିକୋଟି ଓଡିଆଙ୍କ ପ୍ରିୟ ଭବନ। ଶଙ୍ଖ ଭବନର ସବୁ କାର୍ଯ୍ୟକ୍ରମ ଓଡିଶା ବାସୀଙ୍କ ସେବାରେ ସମର୍ପିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟକ୍ରରେ କହୁଛନ୍ତି ।

Leave a Reply

Your email address will not be published. Required fields are marked *