ଆଜି ଲଘୁଚାପ , କାଲି ଅବପାତରେ ପରିଣତ ହେବାର ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ତାହାର ଆଖପାଖ ଅଞ୍ଚଳରେ ଶନିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ବାୟୁମଣ୍ଡଳର ମଧ୍ୟଭାଗ ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇ ଧୀରେ ଧୀରେ ଘନୀଭୂତ ହେବାରେ ଲାଗିଛି। ଏହା ସୋମବାର ଅର୍ଥାତ ଆଜି ଲଘୁଚାପରେ ପରିଣତ ହେବ। ଆସନ୍ତାକାଲି ଏହା ଅବପାତ ରୂପ ନେବା ସହ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଉତ୍ତର ଦିଗରେ ଗତି କରିବ।
ଆଇଏମଡିର ଆକଳନ ଅନୁସାରେ, ବାତ୍ୟା ସେଣ୍ଟ୍ରାଲ ବାଙ୍ଗୋପ ସାଗର ଦେଇ ଗତି କରିବାର ସମ୍ଭାବନା ରହିଛି। ଓଡ଼ିଶା ଉପକୂଳରେ ମତ୍ସଜୀବୀଙ୍କ ପାଇଁ କୌଣସି ସତର୍କତା ଜାରି କରାଯାଇ ନଥିବାବେଳେ ଆଣ୍ଡାମାନ ନିକୋବର ପାଇଁ ୮ ରୁ ୧୨ ତାରିଖ ଯାଏଁ ସତର୍କତା ଜାରି କରାଯାଇଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୪ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରି ମଧ୍ୟରେ ରହିବ।