ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ : ୯ ମୃତ ଆହତଙ୍କ ସଂଖ୍ୟା ଅସ୍ପଷ୍ଟ

ମେଦିନପୁର: ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଜିଲ୍ଲା ଏଗରା ଠାରେ ଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି । ବିସ୍ଫୋରଣରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି । ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି । ଏଗ୍ରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି।