ଆହୁରି ପାଞ୍ଚ ଦିନ ଜାରି ରହିବ ଗରମ

ଭୁବନେଶ୍ବର : ସାରା ରାଜ୍ୟରେ ଜାରି ରହିଛି ଗ୍ରାଷ୍ମ ଲହରି। ପ୍ରବଳ ଖରା ସାଙ୍ଗକୁ ଗୁଳିଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି । ଏହା ଆଗାମୀ ୫ ଦିନ ଯାଏଁ ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ ମାଧ୍ୟମରେ ସୂଚନା ଦିଆଯାଇଛି। ସୂଚନା ଅନୁସାରେ, ରାଜ୍ୟରେ ୩ରୁ ୪ ଦିନ ଯାଏଁ ଗ୍ରୀଷ୍ମ ପ୍ରବାହ ସହ ଉପକୂଳରେ ଗୁଳୁଗୁଳି ଜାରି ରହିବ। ଆଗାମୀ ୨୪ ଘଣ୍ଟା ପାଇଁ ୯ଟି ଜିଲାକୁ ହିଟୱେଭ ୱାର୍ଣ୍ଣିଂ ଦିଆଯାଇଛି। ସେହି ଜିଲାଗୁଡ଼ିକ ହେଲା ବରଗଡ, ସୋନପୁର, ସୁନ୍ଦରଗଡ, ବଲାଙ୍ଗୀର, ବୌଦ୍ଧ, ମୟୁରଭଞ୍ଜ ଓ କେନ୍ଦୁଝର, ଝାରସୁଗୁଡା, ସମ୍ବଲପୁର ।