ଓଡ଼ିଶାରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ ; ୪୫ ଡ଼ିଗ୍ରୀ ସହ ସମ୍ବଲପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର
ଭୁବନେଶ୍ୱର: ସାରା ଓଡ଼ିଶାରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ଲହରୀ। ତତଲା କଡେଇରେ ଭାଜି ହେଉଛି ସାରା ରାଜ୍ୟ। ଗତ କିଛି ଦିନଧରି ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ସ୍ଥାନରେ ଅନୁଭବ ହେଉଛି ଅସହ୍ୟ ତାତି। ଆଜି ଦିନ ୨ଟା ୩୦ ମିନିଟ ସୁଦ୍ଧା ରେକର୍ଡ କରାଯାଇଥିବା ତାପମାତ୍ରା ଅନୁସାରେ ସମ୍ବଲପୁରର ତାପମାତ୍ରା ୪୫ ଡ଼ିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିପରି ଝାରସୁଗୁଡାର ତାପମାତ୍ରା ୪୪.୪ ଡ଼ିଗ୍ରୀ ରହିଛି। ଅନ୍ୟପଟେ ଡହଡହ ଖରାରେ ସିଝିଲେ ରାଜଧାନୀବାସୀ। ଭୁବନେଶ୍ୱରର ତାପମାତ୍ରା ୪୪ ଡିଗ୍ରୀ ସେଲସିୟସ ଥିବାବେଳେ ହୀରାକୁଦରେ୪୪ ଡ଼ିଗ୍ରୀ, ଚାନ୍ଦବାଲିରେ ୩୬.୨ ଡ଼ିଗ୍ରୀ, ଗୋପାଳପୁରରେ ୩୫ ଡ଼ିଗ୍ରୀ, ପାରାଦୀପରେ ୩୪.୨ ଡ଼ିଗ୍ରୀ, ପୁରୀରେ ୩୪ ଡ଼ିଗ୍ରୀ , ବାଲେଶ୍ୱରରେ ୩୩.୪ ଡ଼ିଗ୍ରୀ ଓ କେନ୍ଦୁଝରରେ ୩୦.୪ ଡ଼ିଗ୍ରୀ ସେସସିୟସ ତାପମାତ୍ରା ରେକର୍ଡ ହୋଇଛି। ସେହିପରି ଆଗାମୀ ୩ ଦିନ ଯାଏଁ ଦିନ ତାପମାତ୍ରା ରେ ବିଶେଷ ପରିବର୍ତନର ସମ୍ଭାବନା ନଥିବା ବେଳେ ପରବର୍ତୀ ୨ ଦିନରେ ୩ ରୁ ୫ ଡ଼ିଗ୍ରୀ ଯାଏଁ ତାପମାତ୍ରା କମିବା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ଟୁଇଟ୍ କରାଯାଇଛି।
କମିବ ତାତି !!
— Meteorological Centre, Bhubaneswar (@mcbbsr) June 17, 2023
ଆଗାମୀ ୩ ଦିନ ଯାଏଁ ଦିନ ତାପମାତ୍ରା ରେ ବିଶେଷ ପରିବର୍ତନର ସମ୍ଭାବନା ନଥିବା ବେଳେ ପରବର୍ତୀ ୨ ଦିନରେ ୩ ରୁ ୫ ଡ଼ିଗ୍ରୀ ଯାଏଁ ତାପମାତ୍ରା କମିବା ସମ୍ଭାବନା