ସେତୁ ଯୋଜନାରେ ଚିତ୍ରକୋଣ୍ଡା ଓ କୋରୁକୁଣ୍ଡା ବ୍ଲକ୍‌ର ୧୦ ଗୋଟି ପଞ୍ଚାୟତ ଅନ୍ତର୍ଭୁକ୍ତ ହେବ, ସେତୁ ଯୋଜନା ବ୍ୟୟ ଅଟକଳ ୫୦ ରୁ ୧୦୦ କୋଟି ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର : ସେତୁ ଯୋଜନାରେ ସ୍ୱାଭିମାନ ଅଞ୍ଚଳରେ ଦ୍ରୁତ ପରିବର୍ତ୍ତନ ଲକ୍ଷ୍ୟ କରାଯାଇଛି। ବିଶେଷ କରି ଚିତ୍ରକୋଣ୍ଡା ବ୍ଲକ୍‌ର ଅବଶିଷ୍ଟ ୯ ଗୋଟି ପଞ୍ଚାୟତ ଯଥା – ଆନ୍ଦ୍ରପାଲ୍ଲୀ, ପଣସପୁଟ, ଜୋଡାମ୍ବୋ, ରାଲିଗଡା, ପେପରମେଟଲା, ବଡପଦା, ଗଜଲମାମୁଣ୍ଡି, ଜନ୍ତ୍ରୀ ଓ ଧୁଳିପୁଟ ଏବଂ କୋରୁକୁଣ୍ଡା ବ୍ଳକ୍‌ର ନାକାମାମୁଡି ପଞ୍ଚାୟତ ସହିତ ମୋଟ ୧୦ ଗୋଟି ଅନୁନ୍ନତ ପଞ୍ଚାୟତକୁ ସେତୁ ଯୋଜନାରେ ଅନ୍ତର୍ଭୁକ୍ତ କରିବା ପାଇଁ  ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଗୁରୁବାର ପ୍ରଶାନିକ ନିର୍ଦ୍ଦେଶ ଦେଇଛନ୍ତି । ପ୍ରସ୍ତାବିତ  ସେତୁ ଯୋଜନାରେ ବ୍ୟୟ ଅଟକଳ ୫୦ କୋଟିରୁ ୧୦୦ କୋଟିକୁ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସେତୁର ଗୁଣାତ୍ମକମାନ ଓ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସାରିବା ଉପରେ ଶ୍ରୀ ପଟ୍ଟନାୟକ ଗୁରୁତ୍ୱାରୋପ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ଚିତ୍ରକୋଣ୍ଡା ବ୍ଳକ୍‌ର ୯ ଗୋଟି ବିଚ୍ଛିନ୍ନାଞ୍ଚଳ ପଞ୍ଚାୟତକୁ ଗୁରୁପ୍ରିୟା ସେତୁ ଦ୍ୱାରା ସଂଯୋଗ କରାଯାଇଅଛି, ଯାହା ସ୍ୱାଭିମାନ ଅଞ୍ଚଳ ନାମରେ ନାମିତ। ଏହି ଅନୁନ୍ନତ ଅଞ୍ଚଳର ଲୋକମାନଙ୍କର ସାମାଜିକ ଓ ଅର୍ଥନୈତିକ ବିକାଶ ପାଇଁ SETU ( Socio-Economic Transformation and Upliftment)  ଯୋଜନା ୨୦୧୮ ମସିହାରୁ କାର୍ଯ୍ୟକାରି ହେଉଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ ଓ ଅନ୍ୟାନ୍ୟ ବରିଷ୍ଠ ପଦାଧିକାରୀ ଗତ ମାର୍ଚ୍ଚ ୨୮ ତାରିଖରେ ମାଲକାନଗିରିର ଚିତ୍ରକୋଣ୍ଡା ବ୍ଳକ୍‌ ପରିଦର୍ଶନ କରିଥିଲେ ଓ ଲୋକମାନଙ୍କ ସ୍ବାର୍ଥ, ସେମାନଙ୍କର ଅଭାବ ଅସୁବିଧା ସଂପର୍କରେ ଆଲୋଚନା କରିଥିଲେ।

Leave a Reply

Your email address will not be published. Required fields are marked *