ଦୀପଗ୍ରେସଙ୍କ ପାଇଁ ୫୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର : ଓଡ଼ିଆ ହକି ତାରକା ଦୀପଗ୍ରେସ ଏକ୍କାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିକଟରେ ୫୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି। ଏସୀୟ ହକି ବ୍ରୋଞ୍ଜ ବିଜୟୀ ହେବା ପରେ ଦୀପଗ୍ରେସ ପାଇଁ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ସେହିପରି ଦଳଗତ ଭାବେ ସଫଳତା ପାଇଁ ଦୀପଗ୍ରେସଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ସେ ବର୍ତ୍ତମାନର ଯୁବପିଢ଼ିଙ୍କ ପାଇଁ ଆଦର୍ଶ ହୁଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସୁନ୍ଦରଗଡ଼ ଜିଲ୍ଲା ଲୁଲକିଡିହି ଗାଁର ଦୀପଗ୍ରେସ ୨୦୧୧ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ।