ରାଜ୍ୟର ପ୍ରତିଟି ପଞ୍ଚାୟତରେ ପହଞ୍ଚିଲା ’’ଆମ ଓଡିଶା ନବୀନ ଓଡିଶା’’ , ମାସକ ମଧ୍ୟରେ ସରିଲା କାର୍ଯ୍ୟକ୍ରମ

ଭୁବନେଶ୍ୱର : ସବୁ ପଞ୍ଚାୟତରେ ପହଞ୍ଚିଲା ଆମ ଓଡିଶା ନବୀନ ଓଡିଶା । ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ଅକ୍ଟୋବର ୧୦ରୁ ଆରମ୍ଭ ହୋଇ ନଭେମ୍ବର ୧୦ରେ, ଏକ ମାସ ସମୟସୀମା ମଧ୍ୟରେ ମାତ୍ର ୧୩ ଦିନର କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ହୋଇଛି ଏହି କାର୍ଯ୍ୟକ୍ରମ। ରେକର୍ଡ ୧୩ ଦିନର କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ହୋଇଥିବାରୁ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ। କେନ୍ଦୁଝରରୁ ଆରମ୍ଭ ହୋଇ ଉତ୍ସାହ ଆନନ୍ଦର ସହ ବାଣର ଶବ୍ଦ ଓ ଆଲୋକର ଫୁଆର ମଧ୍ୟରେ ଯାଜପୁରରେ ଉଦ୍‌ଯାପନ ହୋଇଛି ଏହି କାର୍ଯ୍ୟକ୍ରମ। ଏକ ମାସ ମଧ୍ୟରେ ସମାପନ ହୋଇଥିବା ଏହି କାର୍ଯ୍ୟକ୍ରମରେ ସମୁଦାୟ ୧୬.୫୦ ଲକ୍ଷ ଲୋକ ଭାଗ ନେଇଥିଲେ। କାର୍ଯ୍ୟକ୍ରମର ସଫଳତା ପାଇଁ ସମସ୍ତ ଜନସାଧାରଣ, ଲୋକ ପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀମାନଙ୍କୁ ଧନ୍ୟବାଦ ଜଣାଇଲେ ୫-ଟି ଓ ‘ନବୀନ ଓଡିଶା’ ଅଧ୍ୟକ୍ଷ ଶ୍ରୀ  ପାଣ୍ଡିଆନ। ଏହା ସହିତ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମି ସୁଦୃଢ ହେବାର ଅଭିଯାନ ଆଜି ରାଜ୍ୟର ସବୁ ଜିଲ୍ଲା, ସବୁ ବ୍ଲକ, ସବୁ ପଞ୍ଚାୟତ ଓ ସବୁ ଗାଁରେ ପହଞ୍ଜି ପାରିଛି। ସାରା ରାଜ୍ୟରେ ୩,୩୯୭ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି।

ଏହି କାର୍ଯ୍ୟକ୍ରମର ଫୋକସ୍‌ ହୋଇଛି ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଅନ୍ତିମ ଦିନରେ କୋରାପୁଟ, ନୂଆପଡା ଓ ଯାଜପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।  ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଆଜିର କାର୍ଯ୍ୟକ୍ରମ ପାଇଁ କୋରାପୁଟ ଜିଲ୍ଲାର ୫ଟି, ନୂଆପଡା ଜିଲ୍ଲାର ୨ଟି ଓ ଯାଜପୁର ଜିଲ୍ଲାର ୭ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା। କୋରାପୁଟରେ ୭୦ ହଜାରରୁ ଅଧିକ ଓ ଯାଜପୁରରେ ୮୦ ହଜାରରୁ ଅଧିକ ଲୋକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏଥିରେ ୮୦ ପ୍ରତିଶତ ହେଉଛନ୍ତି ମା’ମାନେ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା ଏକ ଅଭିନବ କାର୍ଯ୍ୟକ୍ରମ । ଗାଁରେ ଆଧୁନିକ ବିକାଶର ଭିତ୍ତି ପକେଇବା ପାଇଁ ଏହା ପରିକଳ୍ପନା କରାଯାଇଛି। ଜଗନ୍ନାଥ  ସଂସ୍କୃତିକୁ ସାଥିରେ ଧରି, ଡିଜିଟାଲ ଯୁଗ ସହିତ ତାଳ ଦେଇ ଆମ ଓଡିଶାର ଗାଁଗୁଡିକ ଆଗକୁ ବଢୁଛନ୍ତି । ସେ କହିଥିଲେ ଯେ ବିକାଶର ନୂଆ ଇତିହାସ ଲେଖୁଛି ‘ଆମ ଓଡିଶା ନବୀନ ଓଡିଶା’ । ଡିଜିଟାଲ ସଂଯୋଗ ସହିତ ଜଗନ୍ନାଥ  ସଂସ୍କୃତିର ସମନ୍ୱୟ ଏକ ସଶକ୍ତ ଓଡିଶା ଗଠନର ମାର୍ଗ ପ୍ରଶସ୍ତ କରିଛି ବୋଲି ସେ କହିଥିଲେ। ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି  କରିଛି ବୋଲି କହିଥିଲେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆମେ ସମସ୍ତଙ୍କ ପାଖରେ ପହଞ୍ଚି ପାରିଛୁ ।

Leave a Reply

Your email address will not be published. Required fields are marked *