୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣିବୁ; ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର; ଆଜି ସକାଳୁ ପୁରୀ ଶ୍ରୀମନ୍ଦିରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ତାଙ୍କର ମନ୍ତ୍ରୀମଣ୍ଡଳ ସଦସ୍ୟମାନଙ୍କ ସହିତ ଶ୍ରୀମନ୍ଦିରର ଚାରି ଦ୍ୱାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବା ପରେ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ସୁଆଣ୍ଡୋକୁ ଗସ୍ତ କରିଛନ୍ତି। ଏହି ଗସ୍ତ ସମୟରେ ୨ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡାଙ୍କ ସମେତ ସାଂସଦ ଓ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ।
ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁଆଣ୍ଡୋ ଗ୍ରାମ ବୁଲି ଲୋକଙ୍କୁ କହିଥିଲେ ଯେ ଆମ ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତିଗୁଡିକ ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି। ଏସବୁ ଖୁବ୍ ଶୀଘ୍ର ପୂରଣ ହେବ। ରାଜ୍ୟ ସରକାର ୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣୁଛନ୍ତି। ଏ ନୀତି ଆସିଲେ କୃଷକ ଭାଇଭଉଣୀମାନଙ୍କର ଅନେକ ସମସ୍ୟାର ସମାଧାନ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି।