ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା, ଅପରାହ୍ଣ ୪ଟା ଯାଏଁ ଗୃହ ମୁଲତବି….

ଭୁବନେଶ୍ବର; କଲେଜ ନିର୍ବାଚନ ପ୍ରସଙ୍ଗରେ କଂଗ୍ରେସର ହୋହଲ୍ଲା ପରେ ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି ସୁରମା ପାଢ଼ୀ।
ଆଜି ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନରେ ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରସ୍ତାବ ଆଗତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରସ୍ତାବକୁ ବିରୋଧୀ ଦଳର ସମର୍ଥନ ମିଳିଥିଲା। ଏହାପରେ କଲେଜ ନିର୍ବାଚନ ପ୍ରସଙ୍ଗରେ ଗୃହରେ କଂଗ୍ରେସ ବିଧାୟକମାନେ ହଟ୍ଟଗୋଳ ଓ ନାରାବାଜି କରିଥିଲେ। କଲେଜ ନିର୍ବାଚନ ଆମର ଦାବି ବୋଲି ସେମାନେ କହିଥିଲେ।
ତେଣେ ବିରୋଧୀ ବିଜେଡି ମଧ୍ୟ ରାଜ୍ୟପାଳଙ୍କ ପୁଅଙ୍କ ଉପରେ ସରକାର କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନାହାନ୍ତି ବୋଲି ପ୍ରଶ୍ନ ଉଠାଇଥିଲେ