ଭରତପୁର ଲଜ୍ଜା;ବିଚାର ବିଭାଗୀୟ ତଦନ୍ତ ଦାବି କଲେ ବିରୋଧୀ ଦଳ ନେତା

ଭରତପୁର ଲଜ୍ଜା : ବିଚାର ବିଭାଗୀୟ ତଦନ୍ତ ଦାବି କଲେ ବିରୋଧୀ ଦଳ ନେତା, ନିନ୍ଦା କଲେ ପୂର୍ବ ମୁଖ୍ୟ ଶାସନ ସଚିବ , ଗିରଫ ହେଲେ ମେଜରଙ୍କୁ ରାସ୍ତାରେ ହଇରାଣ କରିଥିବା ଯୁବ ଗୋଷ୍ଠୀ..
ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ଅନ୍ୟତମ ମଡେଲ ଥାନା ଭରତପୁର ଥାନାରେ ଯେପରି ଭାବରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳାଙ୍କୁ ନିର୍ଯ୍ୟାତନା ଦିଆଗଲା ତାକୁ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୃଢ଼ ନିନ୍ଦା କରିବା ସହ ଏ ଘଟଣାକୁ ଲୋମହର୍ଷଣ କାରି ଓ କଳ୍ପନାତୀତ ବୋଲି ବର୍ଣ୍ଣନା କରିଛନ୍ତି। ଥାନା ଭିତରେ ପୋଲିସ ଯେଭଳି ନିର୍ଦୟ ବ୍ୟବହାର କରିଥିବା ଅଭିଯୋଗ ହୋଇଛି, ତାହା ସାରା ଦେଶର ବିବେକକୁ ଦୋହଲାଇ ଦେଇଛି। ଓଡିଶା ଭିତରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳାଙ୍କ ପ୍ରତି ଏଭଳି ଅତ୍ୟାଚାର ଅତ୍ୟନ୍ତ ଦୁଃଖ ଦାୟକ ବୋଲି ଶ୍ରୀ ପଟ୍ଟନାୟକ ବର୍ଣ୍ଣନା କରିଛନ୍ତି। ଏହି  ନାରକୀୟ ଘଟଣାର  ବିଜୁ ଜନତା ଦଳ ଦୃଢ଼ ଭାବରେ ନିନ୍ଦା କରିବା ସହ ଘଟଣା ରେ ସମ୍ପୃକ୍ତ ସମସ୍ତଙ୍କ ବିରୋଧ ରେ କଠୋର କାର୍ଯ୍ୟାନୁଷ୍ଠାନ ବିଜେପି ସରକାର ଗ୍ରହଣ କରିବେ ବୋଲି ଶ୍ରୀ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି।
ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ତାଙ୍କ ସରକାର ସମୟରେ  ମୋ ସରକାର ବ୍ୟବସ୍ଥା ଥିଲା । ଏଥିରେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କାରି ମନ୍ତୀ ଓ ବରିଷ୍ଠ ଅଧିକାରୀ ମାନେ ଥାନା ଓ ଡାକ୍ତରଖାନା ସମେତ ବିଭିନ୍ନ ସରକାରୀ କାର୍ଯ୍ୟାଳୟ କୁ ଯାଉଥିବା ନାଗରିକ ମାନଙ୍କ ଠାରୁ କର୍ମଚାରୀ ମାନଙ୍କ ବ୍ୟବହାର ଓ ବୃତ୍ତିଗତ ଦକ୍ଷତା ସଂମ୍ପର୍କ ରେ feedback ସଂଗ୍ରହ କରୁଥିଲେ । ବିଜେପି ସରକାର ଶାସନକୁ ଆସିବା ପରେ ପରେ ତୁରନ୍ତ ମୋ ସରକାର ପରି ଲୋକାଭିମୁଖୀ କାର୍ଯ୍ୟକ୍ରମ କୁ ବନ୍ଦ କରିଦେଲେ,ଯାହାର ପରିଣାମ ଏବେ ସର୍ବତ୍ର ଦୃଶ୍ୟମାନ। ପୁରୀ ରାଜଭବନ ଘଟଣା ରେ  ଦାୟିତ୍ୱ ସମ୍ପାଦନ କରୁଥିବା ଜଣେ ସରକାରୀ ଅଧିକାରୀଙ୍କ ବ ଉପରେ ରାଜ୍ୟପାଳ ଙ୍କ ପୁଅ ଆକ୍ରମଣ କରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ପାଇଁ ସରକାର ମନା କରିଦେବା ଦ୍ୱାରା ଏହା ଅପରାଧୀ ମାନଂକୁ ଉତ୍ସାହିତ କରିଛି. ରାଜ୍ୟପାଳ ଙ୍କ ପୁଅ ବିରୋଧ ରେ କାର୍ଯ୍ୟାନୁଷ୍ଠାନ ପାଇଁ ମୁଁ ପୁଣି ଥରେ ସରକାର ଙ୍କୁ ଅନୁରୋଧ କରୁଛି। ଭରତପୁର ଥାନା ରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳା ଙ୍କ ଉପରେ ଯେଭଳି ଜଘନ୍ୟ ଅତ୍ୟାଚାର କରାଗଲା ତାର କୋର୍ଟ ତତ୍ୱାବଧାନ ରେ SIT ତଦନ୍ତ ସହ ଶ୍ରୀ ପଟ୍ଟନାୟକ ବିଚାରବିଭାଗୀୟ ତଦନ୍ତ ଦାବୀ କରିଛନ୍ତି। ଭରତପୁର ଥାନାରେ ଘଟିଥିବା ଜଘନ୍ୟ କାଣ୍ଡକୁ ନେଇ ପ୍ରବଳ ବର୍ଷିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ଜଣେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଅକଥନୀୟ ନିର୍ଯାତନା ଦେଇଥିବା ପୁଲିସ୍‌ ଅଧିକାରୀଙ୍କୁ କାହିଁକି ଏପର୍ଯ୍ୟନ୍ତ ଗିରଫ କରାଯାଇନି ବୋଲି ବୋଲି ସେ ପ୍ରଶ୍ନ କରିଛନ୍ତି। ଗୋଟିଏ ପଟେ ସରକାର ୫ ହଜାର ଟଙ୍କା ଦେଇ ମହିଳାଙ୍କୁ ସଶକ୍ତ କରୁଥିବା କହୁଥିବା ବେଳେ ଅନ୍ୟ ପଟେ ଥାନା ହାଜତରେ ନିର୍ଯାତନାର ଶିକାର ମହିଳାଙ୍କୁ କାହିଁକି ନ୍ୟାୟ ମିଳୁନି ବୋଲି ପ୍ରଶ୍ନ କରିଛନ୍ତି।
ଅପରପକ୍ଷରେ ଭରତପୁର ଥାନାରେ ସେନାର ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ହୋଇଥିବା ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ୪ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ କରାଯାଇଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏସବୁ ମଧ୍ୟରେ ଆସିଛି ବଡ଼ ଖବର।
ଏବେ ମିଳିଥିବା ଖବର ଅନୁଯାୟୀ ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀକୁ ଦୁର୍ବ୍ୟବହାର ଘଟଣାରେ ଶୁକ୍ରବାର ୭ ଜଣ ରୋଡ୍‌ ରୋମିଓ କମିଶନରେଟ୍‌ ପୁଲିସ ହାତରେ ଧରାପଡିଛନ୍ତି। ସିସିଟିଭି ଆଧାରରେ ୭ ଜଣଙ୍କୁ ଧରାଯାଇଥିବା ବେଳେ ସେମାନଙ୍କୁ ଚନ୍ଦକା ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି।ଚନ୍ଦକା ଥାନାରେ କ୍ରାଇମବ୍ରାଞ୍ଚ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ସୂଚନାଯୋଗ୍ୟ,ଭରତପୁର ଥାନାରେ ଆର୍ମି ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ହୋଇଥିବା ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ୪ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ କରାଯାଇଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହା ଭିତରେ କମିସନରେଟ୍ ପୁଲିସ ମୂଳ ଘଟଣାକୁ ନେଇ ତଦନ୍ତ ଆରମ୍ଭ କରିଛି। ଡିଜିପି ଓ୍ବାଇ.ବି.ଖୁରାନିଆଙ୍କ ନିର୍ଦ୍ଦେଶକ୍ରମେ ଚନ୍ଦକା ଥାନା ପୁଲିସ ମୂଳ ଘଟଣାକୁ ନେଇ ମାମଲା ରୁଜୁ କରିଛି।

Leave a Reply

Your email address will not be published. Required fields are marked *