ଦୁର୍ଗାପୂଜାରେ ମହିଳାଙ୍କୁ ଭେଟି ଦେଲେ ସରକାର, ହିତାଧିକାରୀଙ୍କ ଖାତାକୁ ଗଲା “ସୁଭଦ୍ରା” ଟଙ୍କା
ବାରିପଦା; ଦୁର୍ଗାପୂଜାରେ ମହିଳାଙ୍କ ଖାତାକୁ ଆସିଲା ସୁଭଦ୍ରା ଟଙ୍କା। ବାରିପଦାରେ ଆଜି ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଥମ କିସ୍ତି ଟଙ୍କା ବଣ୍ଟନ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମହିଳା ଆକାଉଣ୍ଟକୁ ୫ହଜାର ଟଙ୍କା ଲେଖାଏଁ ଆସିଥିବା ସୂଚନା ମିଳିଛି । ୩୫ଲକ୍ଷରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଥିବା ବେଳେ ଆଜି ସନ୍ଧ୍ୟା ସୁଦ୍ଧା ୬୦ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଟଙ୍କା ଆସିଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା କହିଛନ୍ତି।ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମୟୂରଭଞ୍ଜ ସାଂସଦ ନବ ଚରଣ ମାଝୀ, ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ଅଛନ୍ତି।