ବାତ୍ୟା ପ୍ରଭାବରେ ୨୪ ତାରିଖରେ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେଇ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ମୁହାଁ ହେବ ବୋଲି ଆଶଙ୍କା କରାଯାଉଛି। ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗରଦ୍ୱୀପ ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ୨୪ ତାରିଖ କିମ୍ବା ୨୫ ତାରିଖ ସକାଳୁ ବାତ୍ୟା ଦାନା ସ୍ଥଳ ଭାଗ ଛୁଇଁବ ନେଇ ଆକଳନ କରାଯାଇଛି। ବାତ୍ୟା ସମୟରେ ପବନର ବେଗ ୧୦୦ରୁ ୧୨୦ କିଲୋମିଟର ରହିପାରେ ବୋଲି ଆଶଙ୍କା କରାଯାଉଛି। ଏହାର ପ୍ରଭାବରେ ୨୪ ତାରିଖରେ ରାଜ୍ୟରେ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ରେଡ ୱାର୍ଣିଂ ଜାରି କରାଯାଇଛି। ମୟୁରଭଂଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଯାଜପୁର କୁ ରେଡ ୱର୍ଣିଂ ଦିଆଯାଇଛି। ତେବେ ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଥିବା ରାଜସ୍ୱମନ୍ତ୍ରୀ ସୁରେଶ ପୂଜାରି କହିଛନ୍ତି। ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି, ଲୋକମାନେ ଏଥିପାଇଁ ଭୟଭୀତ ହୁଅନ୍ତୁ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି।

Leave a Reply

Your email address will not be published. Required fields are marked *