ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମାର୍ଲେନ

ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟିର ମୁଖ୍ୟ ତଥା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଉତ୍ତରାଧିକାରୀ ଅଥବା  ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେବେ ୪୩ବର୍ଷୀୟା ଆତିଶୀ ମାର୍ଲେନ। ଆଜି ଆପର ବିଧାୟକ ଦଳ ବୈଠକରେ ସର୍ବ ସମ୍ମତିକ୍ରମେ ଆତିଶୀଙ୍କ ନାମ ଘୋଷଣା ହୋଇଛି। ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଥିବାରୁ ଆତୀଶ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ପଦରେ ବସିବାକୁ ଯାଉଛନ୍ତି। ମନୀଷ ସିସୋଦିଆଙ୍କୁ ଉପଦେଷ୍ଟା ଦାୟିତ୍ୱ ଦିଆଯାଇଛି। କେଜ୍ରିୱାଲଙ୍କ ସରକାରରେ ଆତିଶୀ ଅର୍ଥମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ। ଏହାସହିତ ଆପର ସଙ୍କଟ ସମୟରେ ୧୪ଟି ମନ୍ତ୍ରଣାଳୟର ଦାୟିତ୍ୱ ତୁଲାଇଥିଲେ ଆତିଶୀ। ମିଳିଥିବା ସୂଚନା ଅନୁସାରେ ଆଜି ଅରବିନ୍ଦ କେଜ୍ରିୱାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ।

Leave a Reply

Your email address will not be published. Required fields are marked *