
ବାତ୍ୟା ପ୍ରଭାବରେ ୨୪ ତାରିଖରେ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା
ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେଇ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ମୁହାଁ ହେବ ବୋଲି ଆଶଙ୍କା କରାଯାଉଛି। ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗରଦ୍ୱୀପ ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ୨୪ ତାରିଖ କିମ୍ବା ୨୫ ତାରିଖ ସକାଳୁ ବାତ୍ୟା ଦାନା ସ୍ଥଳ ଭାଗ ଛୁଇଁବ ନେଇ ଆକଳନ କରାଯାଇଛି। ବାତ୍ୟା ସମୟରେ ପବନର ବେଗ ୧୦୦ରୁ ୧୨୦ କିଲୋମିଟର ରହିପାରେ ବୋଲି ଆଶଙ୍କା କରାଯାଉଛି।…