
୪ଟି ଜିଲ୍ଲାର ୩୫୭ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି । ଏହି ପର୍ଯ୍ୟାୟର ପ୍ରଥମ ଦିନରେ ଆଜି ୪ଟି ଜିଲ୍ଲାର ୩୫୭ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏଥିରେ ଗଞ୍ଜାମ ଜିଲ୍ଲାର ୧୦୬ଟି ହାଇସ୍କୁଲ, ଅନୁଗୁଳର ୮୭ଟି, କେନ୍ଦୁଝରର ୫୭ଟି ଓ ଜଗତସିଂହପୁରର ୧୦୭ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ତୃତୀୟ ପର୍ଯ୍ୟାୟରେ ସମୁଦାୟ ୨୧୫୧ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବର ଯୋଜନା ରହିଛି । ଗତ…