କ୍ରୀଡ଼ା କ୍ଷେତ୍ର ପ୍ରତି ଉଲ୍ଲେଖନୀୟ ଅବଦାନ ପାଇଁ ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ୱାରକୁ ସମ୍ମାନଜନକ ସିଏସଆର ଜର୍ଣ୍ଣାଲ ଏକ୍ସିଲେନ୍ସ ଆଓ୍ୱାର୍ଡ-୨୦୨୪
ଭୁବନେଶ୍ୱର, ୧/୧୦/୨୪: କ୍ରୀଡ଼ାର ବିକାଶ ଓ ପ୍ରସାର କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାଓ୍ୱାର (ଜେଏସପି)କୁ ସମ୍ମାନଜନକ ସିଏସଆର ଜର୍ଣ୍ଣାଲ ଏକ୍ସିଲେନ୍ସ ଆଓ୍ୱାର୍ଡ-୨୦୨୪ ପ୍ରଦାନ କରାଯାଇଛି। ଗତ ସେପ୍ଟେମ୍ବର ୩୦ରେ ମୁମ୍ବାଇରେ ଆୟୋଜିତ ସିଏସଆର ଜର୍ଣ୍ଣାଲର ସପ୍ତମ ପୁରସ୍କାର ପ୍ରଦାନ ସମାରୋହରେ ଜେଏସପିକୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ନିଜର ସାମାଜିକ ସଂଗଠନ ଜିନ୍ଦଲ ଫାଉଣ୍ଡେସନ ଜରିଆରେ ତୃଣମୂଳସ୍ତରରୁ କ୍ରୀଡ଼ା ପ୍ରତିଭାମାନଙ୍କୁ ପ୍ରୋତ୍ସାହିତ କରିବା ସହ କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ କମ୍ପାନିର…
