ରାଜନୈତିକ ଦଳମାନଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର,୧୮/୪:ଓଡ଼ିଶାରେ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ପାଇଁ ଆଜି ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ବିଭିନ୍ନ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ବୈଠକ କରିଥିଲେ । ରାଜ୍ୟରେ ନିର୍ବାଚନକୁ ସ୍ୱଚ୍ଛ, ମୁକ୍ତ, ଅବାଧ, ନିରପେକ୍ଷ, ତ୍ରୁଟିଶୂନ୍ୟ ଓ ଶାନ୍ତିଶୃଙ୍ଖଳାର ସହ ପରିଚାଳନା ନିମନ୍ତେ ଶ୍ରୀ ଧଳ ସମସ୍ତ ରାଜନୈତିକ ଦଳର ସହଯୋଗ କାମନା କରିବା ସହ ଆଦର୍ଶ ଆଚରଣ ବିଧିର କଡ଼ାକଡ଼ି ଅନୁପାଳନ କରିବା ପାଇଁ ଅନୁରୋଧ…
