ବାତ୍ୟାରେ ହୋଇଥିବା କ୍ଷୟକ୍ଷତିର ଆକଳନ କରିବାକୁ ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର: ବାତ୍ୟା ଦାନାରେ ହୋଇଥିବା କ୍ଷୟକ୍ଷତିର ଆକଳନ କରିବାକୁ ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍‌‌। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଆଗାମୀ ୭ଦିନରେ କେନ୍ଦ୍ର ସରକାରଙ୍କୁ ବାତ୍ୟା କ୍ଷୟକ୍ଷତିର ଚୂଡାନ୍ତ ରିପୋର୍ଟ ପଠାଯିବ। କେନ୍ଦ୍ର ସରକାର ସହାୟତା ଯୋଗାଇ ଦେବା ପୂର୍ବରୁ ରାଜ୍ୟ ସରକାର ଲୋକଙ୍କ ପାଖରେ ଅର୍ଥ ପହଞ୍ଚାଇବେ ବୋଲି ମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ପ୍ରାଥମିକ ଆକଳନରେ ରାଜ୍ୟରେ ୭୯,୬୭୧ ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଛି। କେନ୍ଦ୍ରାପଡା ଜିଲାରେ ୨୩ହଜାର ହେକ୍ଟର ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି। ଏଠାରେ ରାଜକନିକା, ଆଳି ଓ ମହାକାଳପଡା ବ୍ଲକରେ ସର୍ବାଧିକ କ୍ଷତି ହୋଇଛି। ସେହିପରି ଭଦ୍ରକ ଜିଲାରେ ୨୪,୧୧୫ ହେକ୍ଟର ଜମି କ୍ଷତିଗ୍ରସ୍ତ ହୋଇଛି। ଜିଲାର ବାସୁଦେବପୁର, ଚାନ୍ଦବାଲି, ଭଣ୍ଡାରିପୋଖରୀ ଓ ଧାମନଗରରେ ଅଧିକ କ୍ଷତି ଘଟିଛି। ବାଲେଶ୍ୱର ଜିଲାରେ ୩୧୪୦ ହେକ୍ଟର, ମୟୂରଭଞ୍ଜ ଜିଲାରେ ୨୩୮୧ ହେକ୍ଟର ଜମି ବର୍ଷା ଯୋଗୁଁ ନଷ୍ଟ ହୋଇଛି। ଯାଜପୁରରେ ୨୭୦୯ ହେକ୍ଟର, ଜଗତସିଂହପୁରରେ ୨୪୯୮ ହେକ୍ଟର ଜମି କ୍ଷତିଗ୍ରସ୍ତ ହୋଇଛି।

Leave a Reply

Your email address will not be published. Required fields are marked *