ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁଦୃଢ ହେବ ସୁରକ୍ଷା ବ୍ୟବସ୍ଥା ; କେନ୍ଦୁଝର ଓ ବଡବିଲ ଦୂର ହେବ ଟ୍ରାଫିକ୍ ସମସ୍ୟା

ଭୁବନେଶ୍ବର; ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୋଲିସ ଷ୍ଟେସନକୁ ଉନ୍ନୀତୀକରଣ କରାଯାଇ, ୨୩ଟି ଅତିରିକ୍ତ ପଦବୀ ସୃଷ୍ଟି କରାଯାଇଛି । ଏ ସଂପର୍କୀୟ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି । ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ ।ଏହି ପୋଲିସ ଷ୍ଟେସନରେ ସୃଷ୍ଟି ହୋଇଥିବା ୨୩ଟି ନୂତନ ପଦବୀ ମଧ୍ୟରେ ଗୋଟିଏ ଇନ୍ସପେକ୍ଟର, ୬ଟି ସବ୍ ଇନିସପେକ୍ଟର, ୩ଟି ଆସିଷ୍ଟାଣ୍ଟ ସବ୍ ଇନିସପେକ୍ଟର , ୨ଟି ହାବିଲଦାର ଏବଂ ୧୧ଟି କନେଷ୍ଟବଳ ପଦବୀ ରହିଛି ।
ସେହିପରି ରାଜ୍ୟ ସରକାର କେନ୍ଦୁଝର ଓ ବଡବିଲ ସହରରେ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ମଧ୍ୟ ସୃଷ୍ଟି କରିଛନ୍ତି ଏବଂ ଏଥିପାଇଁ ୨୪ଟି ନୂତନ ପଦବୀ ମଂଜୁର କରାଯାଇଛି । ଯେଉଁଥିରେ୨ଟି ଇନ୍ସପେକ୍ଟର, ୬ଟି ଆସିଷ୍ଟାଣ୍ଟ ସବ୍ଇନସ୍ପେକ୍ଟର ଓ ୧୬ଟି କନେଷ୍ଟବଳ ପଦବୀ ରହିଛି ।ଏହାଦ୍ଵାରା ଏହି ଦୁଇଟି ସହରରେ ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଲକ୍ଷ୍ୟ ରଖାଯାଇଛି ।