ଦେଶରେ ଦୈନିକ ସଂକ୍ରମଣ ବଢ଼ିବାରେ ଲାଗିଛି

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨ ହଜାର ଉପରେ ରହିଛି। ଗତ ୨୪ ଘଣ୍ଟାରେ ଏହା ୧୨,୧୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ଆକ୍ଟିଭ୍ କେସ୍‌ ୬୭,୫୫୬ ବୃଦ୍ଧି ପାଇଛି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଦେଶରେ ମୋଟ କରୋନା ସଂକ୍ରମଣ ମାମଲା ୪,୪୮,୮୧,୮୭୭ ପହଞ୍ଚିଛି। ଦେଶରେ ଦିନକରେ ୪୨ ଜଣଙ୍କର ଜୀବନ ନେଇଛି କରୋନା। କେବଳ କେରଳରେ ପୁନଃ ଗଣନାରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ନୂଆ ମୃତ୍ୟୁ ସଂଖ୍ୟାକୁ ମିଶାଇ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୫,୩୧,୩୦୦ ବୃଦ୍ଧି ପାଇଛି।

Leave a Reply

Your email address will not be published. Required fields are marked *