ଲଘୁଚାପ ପରେ ଜଣା ପଡିବ ବାତ୍ୟାର ପ୍ରଭାବ; ଆଇଏମଡି ଡିଜି
ଭୁବନେଶ୍ବର: ଆସନ୍ତାକାଲି ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାଖାପାଖି ଏକ ଘୂର୍ଣିବଳୟ ସୃଷ୍ଟି ହୋଇପାରେ। ଯାହାର ପ୍ରଭାବରେ ୭ ତାରିଖ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଅବପାତ ଓ ସାମୁଦ୍ରିକ ଝଡ଼ର ରୂପ ନେବାର ଆକଳନ କରାଯାଉଛି । ସାମୁଦ୍ରିକ ଝଡ଼ ରୂପ ନେବା ପରେ ବଙ୍ଗୋପସାଗରରୁ ଧୀରେଧୀରେ ଉତ୍ତର ଆଡ଼କୁ ଗତି କରିପାର । ଏବେ ଠାରୁ ଏହାର ତୀବ୍ରତା ଓ ଗତିପଥ ଆକଳନ କରାଯାଇପାରିବ ନାହିଁ। ଓଡିଶା ଉପରେ ଏହାର ପ୍ରଭାବ ରହିବ କି ନାହିଁ ପରବର୍ତ୍ତୀ ସମୟରେ ସ୍ପଷ୍ଟ ହେବ। ସାଧାରଣତ ଖରାଦିନେ ଅକ୍ଟୋବର, ନଭେମ୍ବର, ଡିସେମ୍ବରରେ ବାତ୍ୟା ସୃଷ୍ଟି ହୋଇଥାଏ। ଖରାଦିନେ ଖାସ କରି ମେ’ ମାସରେ ଅଧିକ ବାତ୍ୟା ସୃଷ୍ଟି ହୋଇଥାଏ । ଦେଖିବାକୁ ଗଲେ ଏହି ବାତ୍ୟଗୁଡ଼ିକର ପ୍ରଭାବ ଓଡ଼ିଶା ଉପରେ ଆଗରୁ ପଡ଼ିଛି। କିନ୍ତୁ ସବୁ ଥର ପଡ଼ିବ ବୋଲି ମଧ୍ୟ କହିପାରିବା ନାହିଁ। ତେଣୁ ପ୍ରଥମେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉ ତା’ ପରେ ଯାଇ ଅକାଳନ କରିହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।