ତୃତୀୟ ପର୍ଯ୍ୟାୟରେ ଅଙ୍ଗନୱାଡି କର୍ମୀଙ୍କୁ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର : ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଘୋଷଣା ହେବା ନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ।ବାଦ୍‌ ପଡିଥିବା ସବୁ ଅଙ୍ଗନବାଡି କର୍ମୀଙ୍କୁ ତୃତୀୟ ପର୍ଯ୍ୟାୟରେ ମିଳିବ ସୁଭଦ୍ରା ଟଙ୍କା । କୌଣସି ଯୋଗ୍ୟ ହିତାଧିକାରୀ ବାଦ୍‌ ପଡିବେନି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ଖାରଜ ହୋଇଥିବା ୨ଲକ୍ଷ ୬୭ ହଜାର ଆବେଦନ ରି-ଚେକ୍‌ ହେବ । ବାରମ୍ବାର ଚେକ୍‌ ହେବ, କେହି ବି ବଞ୍ଚିତ ହେବେ ନାହିଁ । ଏଥିପାଇଁ ୧ ତାରିଖରେ ନୋଡାଲ ଏଜେନ୍ସି ନିଯୁକ୍ତ ହେବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave a Reply

Your email address will not be published. Required fields are marked *