କାର୍ଯ୍ୟରେ ଖିଲାପ ଓ ଅସଦାଚରଣ ଅଭିଯୋଗରେ ୫ ଜଣ କୃଷି ବିଭାଗର ଅଧିକାରୀ ଓ କର୍ମଚାରୀ ବହିଷ୍କୃତ




ଦୁର୍ନୀତି ଅଭିଯୋଗରେ ଭିଜିଲାନ୍ସ କୋର୍ଟ ଦ୍ଵାରା ଦଣ୍ଡିତ ଏବଂ କାର୍ଯ୍ୟରେ ଖିଲାପ ଓ ଗୁରୁତର ଅସଦାଚରଣ ଅଭିଯୋଗରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ୫ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି । ବହିଷ୍କୃତ କର୍ମଚାରୀଙ୍କ ମଧ୍ୟରୁ ଜଣେ ପୂର୍ବତନ ସହକାରୀ କୃଷି ଯନ୍ତ୍ରୀ, ଜଣେ ପୂର୍ବତନ ଉଦ୍ୟାନକୃଷିର ଉପ ନିର୍ଦ୍ଦେଶକ, ଜଣେ ପୂର୍ବତନ ମୃତ୍ତିକା ସଂରକ୍ଷଣ ଓଭରସିଅର ଏବଂ ଦୁଇଜଣ ପୂର୍ବତନ ଚତୁର୍ଥଶ୍ରେଣୀ କର୍ମଚାରୀ ଅନ୍ତର୍ଭୂକ୍ତ । ଭିଜିଲାନ୍‌ସ କୋର୍ଟ ଦ୍ଵାରା ଦଣ୍ଡିତ ସହକାରୀ କୃଷି ଯନ୍ତ୍ରୀ ଏବଂ ଗୁରୁତର ଅସଦାଚରଣ ଅଭିଯୋଗରେ ବିଭାଗୀୟ ଶୃଙ୍ଖଳା କମିଟିର ସୁପାରିଶ କ୍ରମେ ଚତୁର୍ଥଶ୍ରେଣୀ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି । ସେହିପରି ପୂର୍ବତନ ଉଦ୍ୟାନକୃଷି ଉପ ନିର୍ଦ୍ଦେଶକଙ୍କୁ ସରକାରୀ ଅର୍ଥର ଅପବ୍ୟବହାର ଓ ଅସଦା ଚରଣ ଅଭିଯୋଗରେ ଏବଂ ଆଉ ଜଣେ ଚତୁର୍ଥଶ୍ରେଣୀ କର୍ମଚାରୀଙ୍କୁ ଅସଦାଚରଣ ଓ କାର୍ଯ୍ୟରେ ଖୁଲାପ ଯୋଗୁଁ ବାଧ୍ୟତାମୂଳକ ଅବସର ଦିଆଯାଇଥିବାବେଳେ ପୂର୍ବତନ ମୃତ୍ତିକା ସଂରକ୍ଷଣ ଓଭରସିଅରଙ୍କୁ ଭିଜିଲାନ୍ସ ଟ୍ରାପ୍ କେଶ୍ ଅଭିଯୋଗରେ ଆଗୁଆ ଅବସର ଦିଆଯାଇଛି ।

Leave a Reply

Your email address will not be published. Required fields are marked *