ରାହୁଲଙ୍କୁ ନିରାଶ କଲେ ଗୁଜୁରାଟ ହାଇକୋର୍ଟ
ଅହମ୍ମଦାବାଦ: ମାନହାନୀ କେସ୍ରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲଦଣ୍ଡ ପାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଆଉ ଏକ ଝଟକା। ସେ ଦଣ୍ଡାଦେଶ ଉପରେ ଅନ୍ତରୀଣ ରୋକ ଲଗାଇବାକୁ ଦାବି କରି ଗୁଜରାଟ ହାଇକୋର୍ଟରେ ଆବେଦନ କରିଥିଲେ। କିନ୍ତୁ ହାଇକୋର୍ଟ ଦଣ୍ଡାଦେଶ ଉପରେ କୌଣସି ପ୍ରକାରର ରୋକ ଲଗାଇ ନାହାନ୍ତି।
କୋର୍ଟ ଗ୍ ଜୁନ ୪ ପରେ ତାଙ୍କ ଆବେଦନ ଉପରେ ରାୟ ଦେବେ ବୋଲି ଆଜି କହିଛନ୍ତି। ମୋଦି ସାଙ୍ଗିଆ ବୟାନ ପାଇଁ ଫେବୃଆରୀ ମାସରେ ସୁରତର ଗୋଟିଏ କୋର୍ଟ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। ଏହାପରେ ତାଙ୍କ ଲୋକସଭା ସଦସ୍ୟତା ପଦ ରଦ୍ଦ ହୋଇଛି।ଏହା ବିରୋଧରେ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ଚୂଡ଼ାନ୍ତ ରାୟ ପ୍ରକାଶ କରିବା ଯାଏ ସେ ଦଣ୍ଡାଦେଶ ଉପରେ ଅନ୍ତରୀଣ ରୋକ ଲଗାଇବାକୁ ନିବେଦନ କରିଥିଲେ। କିନ୍ତୁ ତାଙ୍କୁ ନିରାଶ ହେବାକୁ ପଡ଼ିଛି।