ଆହୁରି ୪ ଦିନ ବର୍ଷିବ ; ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଇଏମଡି

ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି। ଏହାର ପ୍ରଭାବରେ ଅନେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୪ଦିନ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଜଗତସିଂହପୁର ଓ କଟକ ଜିଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାବେଳେ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଜପତି, ରାୟଗଡ଼ା, କଳାହାଣ୍ଡି, ମାଲକାନାଗିରି, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।