କୋରାପୁଟରେ ଗଡିଲା ‘ଲକ୍ଷ୍ମୀ’ ବସ୍ , ଜାଣନ୍ତୁ କ’ଣ କହିଲେ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି,କେ ପାଣ୍ଡିଆନ …

କୋରାପୁଟ ;କୋରାପୁଟ ଜିଲ୍ଲାରେ ଯୋଡ଼ି ହେଲା ଆଉ ଏକ ବିକାଶର ଫର୍ଦ । ଏବେ ବ୍ଲକ୍ ରୁ ପଞ୍ଚାୟତ , ପଞ୍ଚାୟତରୁ ଗାଁ ସବୁଠି ଗଡିବ ‘ଲକ୍ଷ୍ମୀ’ ବସ୍ । ଆଜି ଏହାର ଉଦଘାଟନ କରି ରାଜ୍ୟର ମୁଖିଆ ନବୀନ ପଟ୍ଟନାୟକ କହିଛନ୍ତି ”ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ମାଧ୍ୟମରେ ପଞ୍ଚାୟତ ମାନଙ୍କରେ ନୂଆ ଜାଗରଣ ଆସିଛି। ଜଗନ୍ନାଥ ସଂସ୍କୃତିର ପ୍ରସାର ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ ହୋଇଛି। କୋରାପୁଟର ଏହି ୬ଟି ଜିଲ୍ଲାର ୧୧୩୧ଟି ପଞ୍ଚାୟତକୁ ଲକ୍ଷ୍ମୀ ବସ୍‌ ସୁବିଧା ମିଳିଲା। ଏ ସବୁ ଜିଲ୍ଲାର ୬୩ ଲକ୍ଷ ଲୋକଙ୍କ ପାଇଁ ଘର ପାଖରୁ ସେମାନଙ୍କୁ ଯିବା ଆସିବା ପାଇଁ ସୁବିଧା ହେଲା। ଗମନାଗମନ ପାଇଁ ଦୈନନ୍ଦିନ ଅସୁବିଧା ଦୂର ହେବା ସହିତ ଲୋକମାନେ ସୁବିଧାରେ କମ୍ ଖର୍ଚ୍ଚରେ ଯିବାଆସିବା ସୁବିଧା ପାଇପାରିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରୋଗୀଙ୍କ ହସ୍ପିଟାସ ଠାରୁ ପିଲାଙ୍କ ସ୍କୁଲ ଯିବା ଦିଗରେ ଏହା ଏକ ବରଦାନ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି ଏହି କାର୍ଯ୍ୟକ୍ରମରେ ଯୋଗଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କହିଥିଲେ ଯେ ଲକ୍ଷ୍ମୀ ଯୋଜନାର ବସ୍‌ ରାଜ୍ୟବାସୀଙ୍କ ଟଙ୍କାରେ କିଣା ଯାଇଛି। ତେଣୁ ଏହାକୁ ନିଜ ସମ୍ପତ୍ତି ଭାବି ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରିବା ପାଇଁ ଶ୍ରୀ ପାଣ୍ଡିଆନ ସମସ୍ତଙ୍କୁ ଅନୁରୋଧ କରିଥିଲେ। କୋରାପୁଟର ନୂଆ ବସ୍‌ଷ୍ଟାଣ୍ଡ ପାଇଁ ମୁଖ୍ୟମନ୍ତ୍ରୀ ଜମି ଯୋଗାଇବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ବୋଲି ସେ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *