ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା
ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ଫଳରେ ମୌସୁମୀ ବାୟୁ ବର୍ଷା ଭୁବନେଶ୍ବର ସମେତ ରାଜ୍ୟର ଅନ୍ୟ ଜିଲ୍ଲାରେ ଜାରି ରହିଛି । ତେବେ ଏହାରି ଭିତରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ୭.୬ କିମି ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ । ଏହାରି ପ୍ରଭାବରେ ୨୪ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।
