ଆରମ୍ଭ ହେବ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା, ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ହେବେ ଉପକୃତ
ଭୁବନେଶ୍ୱର : ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା ଡିସେମ୍ବର ୩୧ ତାରିଖରୁ ଆରଂଭ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଶିକ୍ଷା ଉଦ୍ଦେଶ୍ୟରେ ବରଗଡରୁ ଏହି ଯୋଜନା ଆରମ୍ଭ ହେବ । ମୁଖ୍ୟମନ୍ତ୍ରୀ କହିଛନ୍ତି, ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ୫ ହଜାର ଟଙ୍କାର ଆର୍ଥିକ ସହାୟତା ମିଳିବ । ଏହି ଯୋଜନାରେ ପ୍ରାୟ ୩ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ । ଏଥିପାଇଁ ୧୫୬ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ ।ରାଜ୍ୟର ବିଭିନ୍ନ ଅଞ୍ଚଳରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଛାତ୍ରଛାତ୍ରୀମାନେ ଆର୍ଥିକ ସମସ୍ୟା ଯୋଗୁଁ ଅଧାରୁ ପାଠ ପଢା ଛାଡ଼ି ଦେଉଥିବା ସମସ୍ୟାକୁ ଦୂର କରିବ ଏହି ଯୋଜନା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।