ଆସନ୍ତାକାଲିଠୁ ବଢିବ ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ
ଭୁବନେଶ୍ବର : ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏଣିକି ପ୍ରାଥମିକ ସ୍କୁଲ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନରେ ଖର୍ଚ୍ଚ ହେବ ୭ଟଙ୍କା ୬୪ ପଇସା । ଏହା ସହିତ ଉଚ୍ଚ ପ୍ରାଥମିକ ପିଲାଙ୍କ ମଧ୍ୟାହ୍ନ ଭୋଜନରେ ଖର୍ଚ୍ଚ ହେବ ୧୦ ଟଙ୍କା ୯୪ ପଇସା। ଯାହାକି ଆସନ୍ତାକାଲିଠୁ ଲାଗୁ କରାଯିବ।
ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଜରିଆରେ ସୂଚନା ଦିଆଯାଇଛି। ଯେଉଁଥିରେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୭ ଟଙ୍କା ୬୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ୫ ଟଙ୍କା ୯୦ ପଇସା ଥିଲା। ସେହିପରି ଉଚ୍ଚ ପ୍ରାଥମିକ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ୮ ଟଙ୍କା ୮୨ ପଇସା ଥିଲା। ଏହାକୁ ଆସନ୍ତାକାଲିଠାରୁ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଛନ୍ତି ସରକାର।