ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେଲେ ମୋହନ ଚରଣ ମାଝୀ ; ଦୀର୍ଘ ୨୫ ବର୍ଷ ପରେ ରାଜ୍ୟ ଦେଖିଲା ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେଲେ ମୋହନ ଚରଣ ମାଝୀ । ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଧାୟକ ଦଳ ବୈଠକ ପରେ ମୋହନ ଚରଣ ମାଝୀଙ୍କ ନାଁ ଘୋଷଣା କରିଛି ରାଜ୍ୟ ବିଜେପି। ବୈଠକରେ ଦୁଇ କେନ୍ଦ୍ର ପର୍ଯ୍ୟବେକ୍ଷକ ରାଜନାଥ ସିଂହ, ଭୁପେନ୍ଦ୍ର ଯାଦବ ମଧ୍ୟ ଉପସ୍ଥିତ ରହି । ପୂର୍ବରୁ ଅନେକଙ୍କ ନାଁ ମୁଖ୍ୟମନ୍ତ୍ରୀ ଦୌଡରେ ସାମିଲ ଥିଲା । ତେବେ ଆଜି ଏହା ସ୍ପଷ୍ଟ ହେବା ପରେ ରାଜ୍ୟବାସୀ ନିଜ ନୂଆ ମୁଖ୍ୟମନ୍ତ୍ରୀ ପାଇଛନ୍ତି । ସମସ୍ତଙ୍କ ଉପସ୍ଥିତିରେ ମୋହନ ଚରଣ ମାଝୀଙ୍କୁ ନୂଆ ମୁଖ୍ୟମନ୍ତ୍ରୀ ଭାବେ ମନୋନୟନ କରାଯାଇଛି । ସେହିପରି ରାଜ୍ୟ ଦୀର୍ଘ ୨୫ ବର୍ଷ ପରେ ରାଜ୍ୟ ଦେଖିଲା ଉପମୁଖ୍ୟମନ୍ତ୍ରୀ ପାଟଣାଗଡ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଓ ନିମାପଡା ବିଧାୟକା ପ୍ରଭାତୀ ପରିଡାଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯାଇଛି ।