ଜୁନ୍ ପହିଲାରେ କେରଳ ଛୁଇଁବ ମୌସୁମୀ…
ଏଥର ଶୀଘ୍ର ଆସିବ ମୌସୁମୀ। ଆଗାମୀ ୫ଦିନ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁପାରେ। ଜୁନ ପହିଲା ସୁଦ୍ଧା କେରଳ ଛୁଇଁବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ପାଗ ଅନୁକୂଳ ଥିବାରୁ ନିର୍ଦ୍ଧାରିତ ସମୟରେ ମୌସୁମୀ କେରଳ ଛୁଇଁପାରେ। ସେପଟେ କାଲିଠୁ ରାଜ୍ୟରେ ପୁଣି ବଢିବ ତାତି। ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଦିନ ତାପମାତ୍ରା ବୃଦ୍ଧି ପାଇବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ତେବେ ଭୀଷଣ ବାତ୍ୟା ‘ରେମାଲ’ ବାତ୍ୟାରେ ପରିଣତ ହୋଇଛି । ହେଲେ ଓଡ଼ିଶାକୁ ଏହାର ବିଶେଷ ପ୍ରଭାବ ନାହିଁ । ରାଜ୍ୟରେ ବର୍ଷା ପବନ ହେବାର ବିଶେଷ ସମ୍ଭାବନା ନାହିଁ । କିଛି ସ୍ଥାନରେ ସ୍ୱଳ୍ପ ପରିମାଣର ବର୍ଷା ହୋଇପାରେ । ଆସନ୍ତାକାଲି ଠାରୁ ୨ରୁ ୩ ଡିଗ୍ରୀ ତାପମାତ୍ରା ବଢ଼ିବ । ଆଗାମୀ ୫ ଦିନ ପର୍ଯ୍ୟନ୍ତ ହିଟୱେଭ୍ ସମ୍ଭାବନା ନାହିଁ । ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ରହିବ । କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି।