ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ

ଭୁବନେଶ୍ୱର : ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ଭିକାଲ ଆଥ୍ରାଇଟିସ ଚିକିତ୍ସା ପାଇଁ ଆଜି ମୁମ୍ବାଇ ଗସ୍ତରେ ଯାଇଛନ୍ତି l ଆସନ୍ତା ୨୨ତାରିଖରେ ତାଙ୍କର ଚିକିତ୍ସା ମୁମ୍ବାଇସ୍ଥିତ କୋକିଲାବେନ-ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ହେବ। ଦୁଇ ଦିନ ତଳେ ନବୀନ ନିଜର ‘ଏକ୍ସ’ ହ୍ୟାଣ୍ଡଲରେ ଏ ସଂକ୍ରାନ୍ତରେ ସୂଚନା ଦେଇଥିଲେ । ଆଜି ଏକ ବିରାଟ ପଟୁଆରରେ ତାଙ୍କୁ ସମ୍ବର୍ଦ୍ଧନା ଦିଆ ଯାଇଥିଲା l

ନବୀନଙ୍କ ଭେରିଫାଏଡ୍ ‘ଏକ୍ସ’ ହ୍ୟାଣ୍ଡଲରୁ ବୁଧବାର ଅପରାହ୍ନ ୫ଟା ୮ମିନିଟରେ ଗୋଟିଏ ପୋଷ୍ଟରେ ନବୀନ ସର୍ଭିକାଲ ଆଥ୍ରାଇଟିସ୍ ସମସ୍ୟାରେ ପୀଡ଼ିତ ଥିବା ଓ ୨୨ତାରିଖରେ ତାଙ୍କର ଚିକିତ୍ସା ହେବ ବୋଲି ସୂଚନା ଦେଇଥିଲେ । ତାଙ୍କ ପୋଷ୍ଟରେ ନବୀନ କହିଛନ୍ତି, “ମେଡିକାଲ ବିଶେଷଜ୍ଞମାନଙ୍କ ପରାମର୍ଶ ଅନୁଯାୟୀ, ଚଳିତ ମାସ ୨୨ତାରିଖରେ ମୁମ୍ବାଇର କୋକିଲାବେନ ଧୀରୁଭାଇ ଆମ୍ବାନୀ ହସ୍ପିଟାଲରେ ମୁଁ ସର୍ଭିକାଲ ଆର୍ଥ୍ରାଇଟିସ ପାଇଁ ଏକ ଚିକିତ୍ସା ପ୍ରକ୍ରିୟାରେ ରହିବି। ତାଙ୍କର ବ୍ୟକ୍ତିଗତ ଚିକିତ୍ସିକ ଡାକ୍ତର ରମାକାନ୍ତ ପଣ୍ଡା ମୁମ୍ବାଇରେ ଏହି ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା କରୁଛନ୍ତି । ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଏବଂ ଓଡ଼ିଶାର ମୋର ଭାଇ ଓ ଭଉଣୀମାନଙ୍କର ଶୁଭେଚ୍ଛା ସହିତ, ମୁଁ ଶୀଘ୍ର ସୁସ୍ଥ ହୋଇ ଆପଣ ସମସ୍ତଙ୍କ ସେବା ପାଇଁ ଫେରି ଆସିବାକୁ ଆଶା କରୁଛି” ବୋଲି ନବୀନ ତାଙ୍କ ଅଫିସିଆଲ ‘ଏକ୍ସ’ରେ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *