ରାଜଗାଙ୍ଗପୁରରେ ରେଳ ଓଭରବ୍ରିଜ ନିର୍ମାଣ ହେବ , ଜମି ଅଧିଗ୍ରହଣ ପରିବର୍ତ୍ତେ ଆବଶ୍ୟକ ଜମି

ସିଧାସଳଖ ଲୋକଙ୍କ ଠାରୁ କିଣାଯିବ

ଭୁବନେଶ୍ୱର : ସୁନ୍ଦରଗଡ ଜିଲ୍ଲାର ରାଜଗାଙ୍ଗପୁର ଠାରେ ଏକ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରା ନ ଯାଇ  ସିଧା ସଳଖ ଲୋକଙ୍କ ଠାରୁ ରାଜ୍ୟ ସରକାର ସିଧାସଳଖ ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ନିଷ୍ପତ୍ତି ନେଇଛନ୍ତି। ଗତ ମାର୍ଚ୍ଚ ମାସ ୧୧, ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ସୁନ୍ଦରଗଡ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସମୀକ୍ଷା କରିବା ସହିତ ଲୋକଙ୍କ ଅଭିଯୋଗ ମଧ୍ୟ ଶୁଣିଥିଲେ । ଏହି ଗସ୍ତ ସମୟରେ ଜିଲ୍ଲାର ରାଜଗାଙ୍ଗପୁର ଠାରେ ଏକ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ ସମସ୍ୟା ସଂପର୍କରେ ସେ ଅବଗତ ହୋଇଥିଲେ ।  ଏହା ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ, ROB ପାଇଁ ଆବଶ୍ୟକ ଜମିକୁ ସିଧାସଳଖ ରାଜ୍ୟ ସରକାର  କିଣିନେଇ ନିର୍ମାଣ କାମକୁ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିଲେ । ଏହି ରେଲ ଓଭରବ୍ରିଜଟି ସୁନ୍ଦରଗଡ ଜିଲ୍ଲାର ସୋନାଖାନ୍ ଓ କାଂଶବାହାଲ  ଷ୍ଟେସନ ମଧ୍ୟରେ ରାଜଗାଙ୍ଗପୁର ମୌଜାରେ ନିର୍ମାଣ କରାଯିବ ।

Leave a Reply

Your email address will not be published. Required fields are marked *