ନବ ନିର୍ବାଚିତ ବିଧାୟକ ନେଉଛନ୍ତି ଶପଥ…

ଭୁବନେଶ୍ବର: ନବ ନିର୍ବାଚିତ ବିଧାୟକ ମାନଙ୍କୁ ଶପଥ କରାଇଛନ୍ତି କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପରେ ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ବିଧାନସଭାରେ ବିଧାୟକ ଭାବେ ଶପଥଗ୍ରହଣ କରିଛନ୍ତି।
ଆଜି ସନ୍ଧ୍ୟା ୫ଟା ଯାଏ ଚାଲିବ ଶପଥ ପାଠ କାର୍ଯ୍ୟକ୍ରମ । ଆଜି ଓ କାଲି ଦୁଇ ଦିନ ବିଧାୟକଙ୍କୁ ଶପଥ ପାଠ କରାଯିବ। ଏହାପରେ ୨୦ରେ ରହିଛି ବାଚସ୍ପତି ନିର୍ବାଚନ। ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।