ଓଡ଼ିଆ ଯବାନ ଦେବାଶିଷଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୀୟକ

ଭୁବନେଶ୍ବର : ଜମ୍ମୁ କାଶ୍ମୀରର ପୁଂଜରେ ଆତଙ୍କବାଦୀ ବିରୋଧୀ ଅପରେସନରେ ସାମିଲ ଥିବା ରାଷ୍ଟ୍ରୀୟ ରାଇଫଲ୍ସର ୫ ଜଣ ଯବାନ ସହିଦ ହୋଇଛନ୍ତି। ଗତକାଲି ଆତଙ୍କବାଦୀମାନେ ସେନା ବାହିନୀର ଗାଡ଼ିକୁ ଗ୍ରେନେଡ୍ ମାଡ଼ କରିଥିଲେ। ଫଳରେ ୫ ଜଣ ଯବାନ ସହିଦ୍ ହୋଇଛନ୍ତି । ଏହି ପାଞ୍ଚ ଜଣଙ୍କ ମଧ୍ୟରେ ଓଡ଼ିଆ ଯବାନ ଦେବାଶିଷ ବିଶ୍ୱାଳ ଅଛନ୍ତି। ତାଙ୍କ ଘର ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଅଳୁଗୁମ ପଞ୍ଚାୟତର ଖଣ୍ଡାୟତ ସାହିରେ।

ଜମ୍ମୁ କାଶ୍ମୀରର ପୁଞ୍ଚରେ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ବୀର ଯବାନ ଦେବାଶିଷ ବିଶ୍ୱାଳ ସହିଦ ହୋଇଥିବା ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ନିଜର ଟୁଇଟରରେ ସେ ଲେଖିଛନ୍ତି,ଜମ୍ମୁ କାଶ୍ମୀରର ପୁଞ୍ଛରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ବୀର ଯବାନ ଦେବାଶିଷ ବିଶ୍ୱାଳ ସହିଦ ହୋଇଥିବା ଖବର ଅତ୍ୟନ୍ତ ଦୁଃଖଦାୟକ। ଦେଶର ସୁରକ୍ଷାରେ ତାଙ୍କର ବଳିଦାନ ସବୁବେଳେ ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

Leave a Reply

Your email address will not be published. Required fields are marked *