ପୁରୀରେ ହେବ ବିହାର ଭବନ

ଭୁବନେଶ୍ୱର : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଜି ମଧ୍ୟାହ୍ନରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ପରେ ସାମ୍ବାଦିକମାନଙ୍କୁ ଭେଟି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ କହିଥିଲେ ଯେ ପୁରୀରେ ବିହାର ଭବନ ପାଇଁ ଓଡିଶା ସରକାର ବିହାର ସରକାରଙ୍କୁ ଦେଢ ଏକର ଜମି ମାଗଣାରେ ଯୋଗାଇଦେବେ । ଜଗନ୍ନାଥ ଧାମ ପୁରୀକୁ ବିହାରରୁ ଆସୁଥିବା ଶ୍ରଧାଳୁ ମାନଙ୍କ  ରହଣି ସୁବିଧା ପାଇଁ ବିହାର ସରକାର ବିହାର ଭବନ ନିର୍ମାଣ ପାଇଁ ଇଚ୍ଛା ପ୍ରକାଶ କରିଥିଲେ । ଏହି ଘୋଷଣା ପାଇଁ ବିହାର ମୁଖ୍ୟମନ୍ତ୍ରୀ  ନୀତୀଶ କୁମାର ନିଜର ପ୍ରତିପକ୍ଷ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଉଥିଲେ ।  ନୀତୀଶ କୁମାର ଆଜି ମଧ୍ୟାହ୍ନରେ ସିଧା ବିମାନ ବନ୍ଦରକୁ ଆସି ନବୀନ ନିବାସରେ ପହଞ୍ଚିଥିଲେ ।

Leave a Reply

Your email address will not be published. Required fields are marked *