ରାଜ୍ୟରେ ଚିହ୍ନଟ ହେବେ ବାଂଲାଦେଶ ଅନୁପ୍ରବେଶକାରୀ…
ଭୁବନେଶ୍ୱର : ବାଂଲାଦେଶର ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ପ୍ରକ୍ରିିୟା ଆରମ୍ଭ ହୋଇଛି ବୋଲି ସୋମବାର ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସମସ୍ତ ଜିଲ୍ଲାପାଳ, ଏସପିଙ୍କୁ ବାଂଲାଦେଶର ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ତହସିଲ୍,ବ୍ଲକ ଏବଂ ଥାନା ସ୍ତରରେ କମିଟି ଗଠନ ପାଇଁ କୁହାଯାଇଛି ବୋଲି ମୋହନ ମାଝୀ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଭୁବନେଶ୍ୱର, କେନ୍ଦ୍ରାପଡା ଓ ପୁରୀରେ ଥିବା ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ୨୦୧୧ ମସିହା ସୁଦ୍ଧା ରାଜ୍ୟରେ ମୋଟ ୩୭୪୦ ବାଂଲାଦେଶୀ ଅନୁପ୍ରବେଶକାରୀ ବେଆଇନ ଭାବେ ବିଭିନ୍ନ ଜିଲାରେ ରହି ଆସୁଛନ୍ତି ।