୨୨ ରେ ସୃଷ୍ଟି ହେବ ଲଘୁଚାପ, ବାତ୍ୟା ନେଇ କୌଣସି ଆକଳନ ହୋଇନି
ଭୁବନେଶ୍ବର : ରବିବାର ଆଣ୍ଡାମାନ ସାଗରରେ ଘୂ୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ରାଜ୍ୟରେ କିଛି ଘଡଘଡି ସହ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ସତର୍କତା ଜାରି କରିଛି।
ଘୂର୍ଣ୍ଣିବଳୟ ପ୍ରଭାବରେ କେନ୍ଦୀୟ ବଙ୍ଗୋପସାଗରରେ ୨୨ତାରିଖ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଲଘୁଚାପ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହିତ ଅଧିକ ଘନୀଭୂତ ହୋଇ ୨୪ତାରିଖ ବେଳକୁ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। କିନ୍ତୁ ଏପର୍ଯ୍ୟନ୍ତ ବାତ୍ୟା ଉପରେ କୌଣସି ଆକଳନ କରାଯାଇ ନାହିଁ। ଲଘୁଚାପ ସୃଷ୍ଟି ହେବା ପରେ ବାତ୍ୟା ହେବ କି ନାହିଁ ଜଣାପଡ଼ିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। କିନ୍ତୁ ୨୩,୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶା ସହ ପାଶ୍ଵବର୍ତ୍ତୀ ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି କହିଛି ପାଣିପାଗ ବିଭାଗ।