କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେଲା ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩କୁ ଉଦଘାଟନ କରିଛନ୍ତି। ଅନ୍ୟ ମାନଙ୍କ ମଧ୍ୟରେ ଏହି ସମାରୋହରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ଓଡ଼ିଶା ଦକ୍ଷତା ବିକାଶ ଅଥରିଟି ଅଧ୍ୟକ୍ଷ ସୁବ୍ରତ ବାଗଚୀ ପ୍ରମୁଖ ଉପସ୍ଥିତ ରହିଥିଲେ l ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପଲିଟେକନିକ୍, ବୈଷୟିକ ଶିକ୍ଷାନୁଷ୍ଠାନ, ଇଞ୍ଜିନିୟରିଂ କଲେଜର ପ୍ରାୟ ୩ ହଜାର ଶିକ୍ଷାର୍ଥୀ ଓ ଶିଳ୍ପପତି ଅଂଶଗ୍ରହଣ କରିଛନ୍ତି। ମେକ୍ ଇନ୍ ଓଡ଼ିଶାର ପାର୍ଟ-୨ ହେଉଛି ଏହି ବିଶ୍ବସ୍ତରୀୟ ଦକ୍ଷତା ଉତ୍ସବ। ଏଥିରେ ବି ଏସଏଚଜି ମହିଳା ମଧ୍ୟ ସାମିଲ ହୋଇଛନ୍ତି। ବିଶ୍ୱସ୍ତରରେ ବିଭିନ୍ନ ପ୍ରତିଯୋଗିତାରେ ରେକର୍ଡ କରିଥିବା ଓଡ଼ିଆ ପିଲାଙ୍କ ସାମର୍ଥ୍ୟର ସୋ-କେସିଂ ପାଇଁ ଏଭଳି ସ୍କିଲ୍ କନକ୍ଲେଭର ଆୟୋଜନ କରାଯାଇଛି। ଉଦଘାଟନୀ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖଣି ଅଞ୍ଚଳରେ ଆର୍ଥ ମୁଭର୍ସ୍ ଚଳାଉଥିବା ୮ରୁ ୧୦ ଜଣ ମହିଳା ଡ୍ରାଇଭର୍ସଙ୍କୁ ପୁରସ୍କୃତ କରିବାର କାର୍ଯ୍ୟକ୍ରମ ରହିଛି l