୧୦ ବର୍ଷ ପରେ ଜମ୍ମୁ – କଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଓମାର ଅବଦୁଲ୍ଲା

ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରେ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନେସନାଲ କନ୍‌ଫରେନ୍ସ ନେତା ଓମାର ଅବଦୁଲ୍ଲା । ଉପରାଜ୍ୟପାଳ ମନୋଜ ସିହ୍ନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ପୂର୍ବରୁ ଓମାର ଅବଦୁଲ୍ଲା ଶେଖ୍ ମହମ୍ମଦ ଅବଦୁଲ୍ଲାଙ୍କ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଓମାରଙ୍କ ସହ ନେସନାଲ କନ୍‌ଫରେନ୍ସ ନେତା ସୁରିନ୍ଦର ଚୌଧୁରୀ ଜମ୍ମୁ କାଶ୍ମୀରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।
ଏହା ବ୍ୟତୀତ ସତୀଶ ଶର୍ମା, ସକୀନା ଇଟୁ ପ୍ରମୁଖ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। କଂଗ୍ରେସ ଦଳ ସରକାରରେ ସାମିଲ ହୋଇନାହିଁ। ବାହାରୁ ଓମାର ସରକାରଙ୍କୁ ସମର୍ଥନ କରିବାକୁ କଂଗ୍ରେସ ନିଷ୍ପତ୍ତି ନେଇଛି।

ଏହି ଶପଥ ଗ୍ରହଣ ସମାରୋହକୁ ଇଣ୍ଡିଆ ବ୍ଲକର ପ୍ରମୁଖ ନେତା ରାହୁଲ ଗାନ୍ଧୀ, ଲୋକସଭାର ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖର୍ଗେ ଏବଂ ପ୍ରିୟଙ୍କା ଗାନ୍ଧି  ଏହି ସଭାରେ ଯୋଗ ଦେଇଥିଲେ।

ସୂଚନାଯୋଗ୍ୟ, ଧାରା ୩୭୦ ହଟିବା ପରେ ପ୍ରଥମ ଥର ପାଇଁ ଜମ୍ମୁ-କାଶ୍ମୀରରେ ନିର୍ବାଚିତ ସରକାର ଗଠନ ହୋଇଛି।୧୦ ବର୍ଷ ପରେ ଜାମ୍ମୁ କାଶ୍ମୀରରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ନ୍ୟାସନାଲ କନଫରେନ୍ସ ଏବଂ କଂଗ୍ରେସ ମିଳିତ ମଞ୍ଚ ଜିତିଛି। ୯୦ ଟି ସିଟ୍ ମଧ୍ୟରୁ ନ୍ୟାସନାଲ କନଫରେନ୍ସ ୪୨ ଟି ଏବଂ କଂଗ୍ରେସ ୬ଟି ବିଧାନସଭା ଆସନ ଜିତିଛି। ଏଥି ସହିତ ୨୯ ଟି ବିଧାନସଭା ଆସନରେ ବିଜେପି ସଫଳ ହୋଇଥିଲା। ଏହି ନିର୍ବାଚନରେ ମେହବୁବା ମୁଫତିଙ୍କ ଦଳ ପିଡିପି ଭଲ ପ୍ରଦର୍ଶନ କରିପାରି ନାହିଁ।

Leave a Reply

Your email address will not be published. Required fields are marked *