ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର : ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ରାଜ୍ୟର କିଛି ସ୍ଥାନରେ ଆସନ୍ତା ୧୩ ତାରିଖରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଝାଡ଼ଖଣ୍ଡ ଓ ଏହାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଉତ୍ତର ପୂର୍ବ ବଙ୍ଗୋପସାଗରରୁ ଦକ୍ଷିଣ ପୂର୍ବ ଆଡକୁ ଟ୍ରପ ଲାଇନ ସକ୍ରିୟ ରହିଛି । ଯାହାର ପ୍ରଭାବରେ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ଶନିବାର ତଥା ଆଜି ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା ଓ କୋରାପୁଟରେ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଅଧିକ ବର୍ଷା ସମ୍ଭାବନା ରହିଥିବାବାବେଳେ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର କିଛି ସ୍ଥାନରେ ସେହିପରି, ୧୩ ତାରିଖରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ସେହିପରି, ୧୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ସମେତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବା ବେଳେ ୧୫ ତାରିଖରେ ମୟୂରଭଞ୍ଜରେ ଅଧିକ ବର୍ଷା ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *