ରାଜ୍ୟରେ ଆରମ୍ଭ ହୋଇଯାଇଛି ପ୍ରାକ୍ ମୌସୁମୀ ବର୍ଷା : ଆଇଏମଡି
ଭୁବନେଶ୍ବର: ଆସନ୍ତାକାଲିଠାରୁ ରାଜ୍ୟରେ ତାତି କମିପାରେ। ଆଜି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି ଯେ ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି। ବିଶେଷକରି ଦକ୍ଷିଣ ଓଡ଼ିଶାର ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଆଜି ବର୍ଷା ହୋଇଯାଇଛି। ଆସନ୍ତାକାଲି ରାଜ୍ୟର ଆଉ କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷକରି କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ସୁନ୍ଦରଗଡ଼, ଦେବଗଡ଼,…
