ରାଜ୍ୟର କାଳବୈଶାଖି ସମ୍ଭାବନା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର ; ରାଜ୍ୟରେ କାଳବୈଶାଖୀ ବର୍ଷାର ପ୍ରଭାବ ଜାରି ରହିଛି । ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ପବନ ସହ କୁଆପଥର ବୃଷ୍ଟି ହେଉଛି। ରାଜଧାନୀ ଭୁବନେଶ୍ବରରେ ମଧ୍ୟ ସକାଳୁ ଆକାଶ ମେଘାଛନ୍ନ ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ରହିଛି। ଏ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରିକରିଛି ଆଂଚଳିକ ପାଣିପାଗ କେନ୍ଦ୍ର । କେନ୍ଦ୍ରାପଡ଼ା, ବୌଦ୍ଧ, ଅନୁଗୁଳ, ଦେବଗଡ଼, କଳାହାଣ୍ଡି,…
