ନିର୍ଦ୍ବନ୍ଦରେ ନିର୍ବାଚିତ ହେଲେ ମମତା ମହାନ୍ତ
ଭୁବନେଶ୍ଵର; ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇ ରାଜ୍ୟସଭାକୁ ଗଲେ ବିଜେପି ପ୍ରାର୍ଥୀ ମମତା ମହାନ୍ତ। ସାର୍ଟିଫିକେଟ ନେବାକୁ ବିଧାନସଭାରେ ପହିଞ୍ଚିଥିଲେ ମମତା। ରିଟର୍ନିଙ୍ଗ ଅଫିସରଙ୍କ ଠାରୁ ସାର୍ଟିଫିକେଟ ଗ୍ରହଣ କରିଛନ୍ତି ମମତା ।ଗତ ୨୨ ତାରିଖରେ ଓଡ଼ିଶାରେ ଖାଲି ପଡ଼ିଥିବା ଏକମାତ୍ର ଆସନ ପାଇଁ ୨ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ। ବିଜେପି ଟିକଟରୁ ପୂର୍ବତନ ସାଂସଦ ମମତା ମହାନ୍ତ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ସ୍ୱାଧୀନ ଭାବେ ବିଜେପି ନେତା ଜଗନ୍ନାଥ ପ୍ରଧାନ ମଧ୍ୟ…
