୭ ତାରିଖରୁ (+୨) ନାମଲେଖା ଆବେଦନ, ଅଗଷ୍ଟ ପହିଲାରୁ ପାଠପଢ଼ା…

ଭୁବନେଶ୍ଵର; ଆସନ୍ତା ୭ ତାରିଖଠାରୁ  ଯୁକ୍ତଦୁଇ (+୨) ପ୍ରଥମ ବର୍ଷରେ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ବିଭାଗରେ ପଢ଼଼ିବାକୁ ଛାତ୍ରଛାତ୍ରୀମାନେ ସାମ୍‌‌ସ ୱେବସାଇଟ୍‌ www.samsodisha.gov.inରେ ଆବେଦନ କରିପାରିବେ। ଜୁଲାଇ ୬ ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଜାରି ରହିବ। ଆବେଦନ ଫି’ ବାବଦକୁ ସାଧାରଣ ବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ୨ଶହ ଟଙ୍କା ଏବଂ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ପାଇଁ ଶହେ ଟଙ୍କା ଧାର୍ଯ୍ୟ କରାଯାଇଛି। ସେହିପରି ଦିବ୍ୟାଙ୍ଗ, ତୃତୀୟ ଲିଙ୍ଗୀ ଓ ଅନାଥ ପିଲାଙ୍କ ପାଇଁ ନିଶୁଳ୍କ କରାଯାଇଛି। ନାମଲେଖା ସରିବା ପରେ ଅଗଷ୍ଟ ପହିଲାରୁ ଦ୍ବାଦଶ ଶ୍ରେଣୀର  ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *