ଦଳ ଛାଡି ବିଜେଡ଼ିକୁ ଝଟକା ଦେଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ …

 ଭୁବନେଶ୍ଵର: ବିଜେଡି ଛାଡିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତିଙ୍କ ନିକଟକୁ ସେ ଇସ୍ତଫା ପତ୍ର ପଠାଇଛନ୍ତି। ଏ ନେଇ ସେ ଭିଡିଓ ବାର୍ତ୍ତା ଜରିଆରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ବିଧାୟକ ଭାବେ ଲୋକଙ୍କ ସେବା କରିବାକୁ ସୁଯୋଗ ଦେଇଥିବାରୁ ମୁଁ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଉଛି । ଆଗାମୀ ଦିନରେ ମଧ୍ୟ ସିମୁଳିଆ ଓ ଖଇରାବାସୀଙ୍କ ସେବା କରିବି ବୋଲି କହିଛନ୍ତି ।  ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ୨୦୧୪ ଓ ୨୦୧୯ରେ ବିଜେଡି ଟିକେଟରୁ ବିଧାୟକ ହୋଇଥିଲେ। କିନ୍ତୁ ଦଳ ଏଥର ତାଙ୍କୁ ଟିକେଟ ନଦେବା କାରଣରୁ  ସେ ଅସନ୍ତୁଷ୍ଟ ଥିଲେ। ଏହାଛଡ଼ା ଦଳରେ ଅଣଦେଖା ଏକ କାରଣ ବି କୁହାଯାଉଛି। ଏବେ ବିଜେଡିରୁ ଇସ୍ତଫା ଦେଇଛନ୍ତି ସେ। ହେଲେ ଏବେ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ କେଉଁ ଦଳରେ ଯୋଗ ଦେବେ, ତାହା ଉପରେ ରହିଛି ସମସ୍ତଙ୍କ ନଜର।

Leave a Reply

Your email address will not be published. Required fields are marked *